Add parallel Print Page Options

ଇସ୍ରାଏଲ ସେମାନଙ୍କ ପାପପାଇଁ ଦଣ୍ଡିତ ହେଲା

50 ସଦାପ୍ରଭୁ ଏହିକଥା କୁହନ୍ତି,
“ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ।
    ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ
ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?
    ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ
ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା
    ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ?
    ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ?
ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ?
    କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ?
ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ
    ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ।
ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ
    ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ
    ଓ ଚଟବସ୍ତ୍ରରେ ସେହିସବୁର ଆଚ୍ଛାଦନ କରୁ।”

ପରମେଶ୍ୱରଙ୍କ ସେବକ ପ୍ରକୃତ ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ

ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି। ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ। ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ। ମୋର ପ୍ରଭୁ ସଦାପ୍ରଭୁ ମୋତେ ସାହାଯ୍ୟ କରିବେ; ତେଣୁ ସେମାନଙ୍କର ଅପମାନ ମୋତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମୋର ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହେବି ନାହିଁ।

ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ। ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।

10 ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।

11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।”